କୋରାପୁଟରେ ୧୨ ତମ ଜିଲ୍ଲା ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ..

 



ଆଜି ସାରା ଦେଶରେ ପାଳିତ ହେଉଛି ଜାତୀୟ ମତଦାତା ଦିବସ, ଏହି ପରିପ୍ରେକ୍ଷୀରେ କୋରାପୁଟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ୧୨ତମ ମତଦାତା ଦିବସ ପାଳନ କରାଯାଇଛି।ଏହି ଅବସରରେ କୋରାପୁଟ ଜିଲ୍ଲାପାଳ, ଉପ ଜିଲ୍ଲାପାଳଙ୍କ ସହ ଜିଲ୍ଲା ବିଭିନ୍ନ ଜୋନର  ଭୋଟର ସଚେତକ ଏବଂ ବିଭିନ୍ନ ସ୍କୁଲ କଲେଜର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଛନ୍ତି।ନିର୍ବାଚନ କମିସନର ପ୍ରତିଷ୍ଠା ଦିବସ ଜାନୁଆରୀ ୨୫ ତାରିଖକୁ ଜାତୀୟ ମତଦାତା ଦିବସ ଭାବେ ପାଳନ କରାଯାଏ । ୨୦୧୧ରେ ପ୍ରଥମଥର ପାଇଁ ଜାନୁଆରୀ ୨୫ ତାରିଖକୁ ଜାତୀୟ ମଦଦାତା ଦିବସ ଭାବେ ପାଳନ କରାଯିବା ସହ ପ୍ରତ୍ୟେକ ବର୍ଷ ଏହି ଦିନଟିକୁ ଭୋଟରମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହି ଦିବସ ପାଳନର ଉଦ୍ଦେଶ୍ୟ ଗଣତାନ୍ତ୍ରୀକ ନିର୍ବଚନ ପ୍ରକ୍ରିୟାରେ ସାଧାରଣ ନାଗରିକ ବିଶେଷ କରି ଯୁବବର୍ଗର ଭୋଟରଙ୍କୁ ଅଧିକରୁ ଅଧିକ ସଂଖ୍ୟାରେ ସକ୍ରିୟ ଅଂଶଗ୍ରହଣକୁ ଉତ୍ସାହିତ କରିବା ।୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଭାରତ ଏକ ଧର୍ମ ନିରପେକ୍ଷ ସାଧାରଣତନ୍ତ୍ର ଘୋଷିତ ହୋଇଥିଲା, ଏହାର ପୂର୍ବଦିନ ଅର୍ଥାତ ଜାନୁଆରୀ ୨୫ତାରିଖ ଦିନ ସମ୍ବିଧାନ ଧାରା ୩୨୪ ଅନୁସାରେ ଏକ ସ୍ବାଧୀନ ନିର୍ବାଚନ କମିସନ ପ୍ରତିଷ୍ଠା କରାଯାଇଥିଲା । ଏହାସହ ୨୧ ବର୍ଷରୁ ଅଧିକ ପ୍ରତ୍ୟେକ ନାଗରିକଙ୍କୁ (ଉଭୟ ସ୍ତ୍ରୀ ଓ ପୁରୁଷ) ମତଦାନ ଅଧିକାର ମିଳିଲା । ୧୯୮୮ ମସିହାରେ ସମ୍ବିଧାନ ସଂଶୋଧନ କରାଯାଇ ମତଦାତାଙ୍କ ବୟସ ସୀମା ୨୧ରୁ ୧୮କୁ ଖସାଇ ଦିଆଗଲା । କୋରାପୁଟ ର ଏହି କାର୍ଯ୍ୟକ୍ରମ ଶେଷରେ ଭୋଟର ସଚେତନତା ଉପରେ ଆଧାରିତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ଅର୍ଜ୍ଜନ କରିଥିବା ସମସ୍ତ କର୍ମୀ ଓ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଛନ୍ତି।


Comments

Popular posts from this blog

ପ୍ରବାଦ ପୁରଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀରେ ବିଜେଡ଼ି ପକ୍ଷରୁ ମେଡ଼ିକାଲ ରେ ରୋଗୀଙ୍କୁ ଫଳ ବଣ୍ଟନ ।

ବାଡାମପୁଟ ନିକଟସ୍ଥ ଜଙ୍ଗଲରେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଠାବ

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ନିମନ୍ତେ ବୈପାରିଗୁଡା ବ୍ରାହ୍ମଣ ସମାଜ ପକ୍ଷରୁ ଆର୍ଥିକ ରାଶି ପ୍ରଦାନ ।